ଓଡ଼ିଆ ନ୍ୟୁଜ୍: ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି। ସାମ୍ୱାଦିକ ସମ୍ମିଳନୀରେ ପୋଲିସ୍ କମିଶନରଙ୍କ ସୂଚନା।ଏଥର ଟ୍ୱିନସିଟିରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ।ପୋଲିସ ସହ ୨୦ ପ୍ଲାଟୁନ୍ ହୋମଗାର୍ଡ ମୁତୟନ। ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି। ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି।
ବିଦ୍ୟୁତ୍ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ। ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦେଉଛୁ। ଡ୍ରୋନ୍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ଣ ନଜର। ସ୍ମାର୍ଟ କଣ୍ଟୋଲ୍ ରୁମ୍ ଜରିଆରେ ପାର୍ବଣ ପରିଚାଳନା।ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ।ସମସ୍ତଙ୍କ ସହଯୋଗ ଲୋଡ଼ିଲେ CP ଏସ୍. ଦେବଦତ୍ତ ସିଂ।