ଓଡ଼ିଆ ନ୍ୟୁଜ୍: ଆଜି ପୀଠେ ମହାନବମୀ ଏବଂ ମଣ୍ଡପରେ ମହାଷ୍ଟମୀ । ଭକ୍ତଙ୍କ ଗହଣରେ ଜଗତଜନନୀ ମା’ । ଚାଲିଛି ପୂଜାର୍ଚ୍ଚନା, ହୋମଯଜ୍ଞ । ଆଜି ମଣ୍ଡପରେ ମାଆଙ୍କ ଅଷ୍ଟମୀ ପୂଜ। କଟକ, ଭୁବନେଶ୍ବର, ବାଲେଶ୍ବର, ରାଉରକେଲା, ସମ୍ବଲପୁର ସବୁଠି ଦୁର୍ଗାପୂଜା ପାଇଁ ଆଧ୍ୟାତ୍ମିକ ପରିବେଶ । ମାଆଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ଭାବ ଭକ୍ତିମୟ ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି।
ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ରୀତିନୀତି ପୂଜାବିଧି ଅନୁସାରେ ଚାଲିଛି ମାଆଙ୍କ ପୂଜାର୍ଚ୍ଚନା । ଘଣ୍ଟଘଣ୍ଟା ଓ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ହେଉଛି ପରିବେଶ। ମାଆଙ୍କୁ ଦର୍ଶନ କରିବା ପାଇଁ ଶକ୍ତିପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି । ଆଧ୍ୟାତ୍ମିକ ଓ ଭକ୍ତି ମୟ ପରିବେଶ ମଧ୍ୟରେ ଭକ୍ତ ମାନେ ମାଆଙ୍କ ବେଶ ଦର୍ଶନ କରି କରୁଣା ଲାଭ କରୁଛନ୍ତି । ନବରାତ୍ର ବ୍ରତ ଧାରଣ କରି ଭକ୍ତମାନେ ମାଆଙ୍କର ପୂଜାର୍ଚ୍ଚନା କରୁଛନ୍ତି।