ବିଜେପି ନେତାଙ୍କୁ ଗୁଲିକରି ହତ୍ୟା

0

ଓଡ଼ିଆ ନ୍ୟୁଜ୍: ବ୍ରହ୍ମପୁରରେ ଗୁଳିମାଡ । ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିମାଡ । ବ୍ରହ୍ମପୁର ସ୍ଥିତ ବ୍ରହ୍ମାନଗରରେ ଗୁଳିମାଡ କରାଯାଇଛି । ଗୁଳିମାଡରେ ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ସୂଚନାମୁତାବକ ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କ ଘର ବାହାରେ ୨ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ଏକ ବାଇକରେ ଆସି ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ସ୍ଥାନୀୟ ଲୋକେ ଦେଖିଥିବା ସୂଚନା ଦେଇଛନ୍ତି। ଅନ୍ୟପଟେ ଘଟଣାସ୍ଥଳରୁ କିଛି ଯୁବକ ତାଙ୍କୁ ତୁରନ୍ତ ବଡ ମେଡିକାଲକୁ ନେଇ ଯାଇଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଖବର ପାଇ ଗଞ୍ଜାମ ଏସପି ଶୁଭେନ୍ଦୁ ପତ୍ର, ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି।

 

Leave A Reply

Your email address will not be published.