ଓଡ଼ିଆ ନ୍ୟୁଜ୍: ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ଆଜି ମଧ୍ୟ ବର୍ଷିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
୯ରୁ ୧୧ ତାରିଖ ଯାଏ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି। ଯାଜପୁର, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିଭଳି ୧୦ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।