ଓଡ଼ିଆ ନ୍ୟୁଜ୍: ସମଲେଶ୍ବରୀ ପୀଠ ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।ବିକାଶ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।୩୧୬ କୋଟି ଟଙ୍କା ବିନିଯୋଗରେ ଚାଲିଛି ପୀଠର ବିକାଶ କାର୍ଯ୍ୟ।୮୨ ଏକର ପରିମିତ ଅଞ୍ଚଳରେ ଦୁଇଟି ପର୍ଯ୍ୟାୟରେ ହେଉଛି କାମ।
ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମା’ ସମଲେଶ୍ବରୀ ପୀଠ କାର୍ଯ୍ୟର ସମୀକ୍ଷା କରିଛନ୍ତି। ବୈଠକରୁ ଜଣାପଡ଼ିଛି ଯେ ମା’ ସମଲେଶ୍ବରୀ ମନ୍ଦିର ବିକାଶ କାମ ୩୧୬ କୋଟି ଟଙ୍କା ବିନିଯୋଗରେ ୮୨ ଏକର ପରିମିତ ଅଞ୍ଚଳରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେଉଛି।
ପ୍ରଥମ ପର୍ଯ୍ୟାୟରେ ମନ୍ଦିର ଚତୁଃପାର୍ଶ୍ବର କରିଡର ନିର୍ମାଣ, ଗୋପାଳଜୀଉ ମଠର ବିକାଶ, ଦୀପ ଘର, ପାର୍କିଂ ସୁବିଧା, ରିଭର ଫ୍ରଣ୍ଟ ବିକାଶ ସହିତ ଅନ୍ୟାନ୍ୟ ଯାତ୍ରୀ ଓ ଦର୍ଶନାର୍ଥୀ ସୁବିଧା ଉପଲବ୍ଧ କରାଯାଇଛି। ଦ୍ବିତୀୟ ପର୍ଯ୍ୟାୟରେ ଭକ୍ତ ନିବାସ, ଲେକ୍ ଜୋନ୍, ଦୋକାନ ଗୃହ, ଫୁଡ୍ ପାର୍କ, ପାର୍କିଂ ଓ ପ୍ରବେଶ ପଥ ବିକଶିତ କରାଯିବ। ଏହାସହ ନିର୍ମାଣ ହେବାକୁ ଥିବା ଭକ୍ତ ନିବାସରେ ଅଧିକ ସଂଖ୍ୟକ ଭକ୍ତଙ୍କ ରହଣି ସୁବିଧା ପାଇଁ ଆବଶ୍ୟକସ୍ଥଳେ ବହୁତଳ ବିଶିଷ୍ଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।