ଓଡ଼ିଆ ନ୍ୟୁଜ୍: ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ। ରାଜ୍ୟ କ୍ୟାବିନେଟ୍ ବୈଠକର ନିଷ୍ପତ୍ତି ନେଇ ମୁଖ୍ୟ ଶାସନ ସଚିବଙ୍କ ସୂଚନା। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଆଜି ରାଜ୍ୟ କ୍ୟାବିନେଟର ୨୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୦ଟି ବିଭିନ୍ନ ବିଭାଗର ୧୫ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା। ସେଥିରୁ ଗୋଟିଏ ସପ୍ତଦଶ ବିଧାନସଭା ୪ର୍ଥ ଅଧିବେଶନର ସତ୍ରାବସାନ ସମ୍ପର୍କିତ ଥିଲା।