ଓଡ଼ିଆ ନ୍ୟୁଜ୍: ଆଜି ନାମାଙ୍କନପତ୍ର ଦାଖଲ କରିବେ ନାହିଁ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଜୟ। ଏନେଇ ଓଟିଭିକୁ ସୂଚନା ଦେଲେ ଜୟ ଢୋଲକିଆ। ପ୍ରାର୍ଥୀ ଭାବେ ଜୟ ଢୋଲକିଆଙ୍କ ନାଁ ଘୋଷଣା କରିଛି ବିଜେପି।ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ।ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିଲେ ଜୟ।
ଏଥିପାଇଁ ବିଜେପି ମେଗା ସୋ ଆୟୋଜନ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ପଦାଧିକାରୀମାନେ ସାମିଲ ହୋଇଛନ୍ତି।