ଜନ୍ମଦିନ ପାଳିଲେ ନବୀନ ପଟ୍ଟନାୟକ

0

ଓଡ଼ିଆ ନ୍ୟୁଜ୍: ଜନ୍ମଦିନ ପାଳିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟନାୟକ। ଏଥର ବିରୋଧୀ ଦଳ ନେତା ତାଙ୍କ ଜନ୍ମଦିନକୁ ଭିନ୍ନ ଢଙ୍ଗରେ ପାଳନ କରୁଛନ୍ତି।ପ୍ରାୟ ୬ ମାସର ବ୍ୟବଧାନ ପରେ, ସେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ସେ ଏକାମ୍ର ଭୁବନେଶ୍ୱର ନିର୍ବାଚନମଣ୍ଡଳୀରେ ଦଳର ପଦଯାତ୍ରାରେ ଯୋଗଦେବା ସହ ଦଳୀୟ କର୍ମୀମାନଙ୍କୁ ଉତ୍ସାହିତ କରିଛନ୍ତି।

ଭୁବନେଶ୍ଵର ଗଙ୍ଗନଗର ୱାର୍ଡ ନମ୍ବର ୫୨ ରେ ନବୀନ ଜନସମ୍ପର୍କ ପଦଯାତ୍ରା କରିଛନ୍ତି ।  ନବୀନଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ।

Leave A Reply

Your email address will not be published.