ଫେବ୍ରୁଆରୀ ୧୫ ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା

0

ଓଡ଼ିଆ ନ୍ୟୁଜ୍:ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା।ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା।ଡିସେମ୍ବର ୧୫ ତାରିଖ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ।ଇଣ୍ଟରନାଲ ପରୀକ୍ଷା ଡିସେମ୍ବର ୨୨ରୁ ୩୧ ଯାଏଁ ହେବ।ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା। ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା। ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା।

ଏଣେ ଜାନୁଆରି ୨ରୁ ୧୫ ତାରିଖ ଯାଏଁ ହେବ ପ୍ରାକ୍ଟିକାଲ ପରୀକ୍ଷା। ଏକ୍ସ ରେଗୁଲାର ଫର୍ମ ଫିଲ ଅପ ଅକ୍ଟୋବର ୧୩ରୁ ନଭେମ୍ବର ୨୨ ତାରିଖ ଯାଏଁ ଚାଲିବ। ସେହିପରି ଆସନ୍ତା ଅକ୍ଟୋବର ୨୦ରୁ ନଭେମ୍ବର ୨୨ ତାରିଖ ଯାଏ ରେଗୁଲାର ପିଲାଙ୍କ ଫର୍ମ ଫିଲଅପ ଚାଲିବ। ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା। ଏଥର ନୂଆ୮୯ଟି ପରୀକ୍ଷା ସେଣ୍ଟର ଅପଗ୍ରେଡ ସ୍କୁଲରେ ହେବ। ସମୁଦାୟ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା। ଏଥର ନୂଆ କରି ପ୍ରୋଭିଜନାଲ ସାର୍ଟିଫିକେଟକୁ ଡିଜିଟାଲ କରାଯିବ।

Leave A Reply

Your email address will not be published.