ଓଡ଼ିଆ ନ୍ୟୁଜ୍: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଅବପାତ ସମ୍ଭାବନା। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଅକ୍ଟୋବର ୨୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲା ପାଇଁ ଆଗାମୀ ତିନି ଦିନ ବର୍ଷା ଓ ବଜ୍ରପାତ ସତର୍କତା ଜାରି କରାଯାଇଛି।
ଆଇଏମ୍ଡି ଅକ୍ଟୋବର ୧୯ରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ୩୦-୪୦ କିମି ବେଗରେ ପବନ ସମ୍ଭାବନା ଥିବା ନେଇ ସତର୍କତା ଜାରି କରିଛି। ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ବଜ୍ରପାତ ସହ ଝଡ଼ପବନର ସମ୍ଭାବନା ରହିଛି।