ପୁଣି କାଲି ଲଘୁଚାପ!

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ।ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା। ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାରୁ ଜଣାପଡ଼ିଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍‌ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.