୨୭ରେ ବାତ୍ୟା!

0

ଓଡ଼ିଆ ନ୍ୟୁଜ୍: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ।ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା।ଆଗାମୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା।ବଢ଼ିଲା ବାତ୍ୟା ଭୟ । ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।

୨୫ ତାରିଖ ବେଳକୁ ଲଘୁଚାପଟି ଅବପାତର ରୂପ ନେବାର ସମ୍ଭାବନା ରହିଛି । ୨୬ ତାରିଖ ବେଳକୁ ଏହା ଗଭୀର ଅବପାତରେ ପରିଣତ ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତା ୨୭ ତାରିଖରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.