ଓଡ଼ିଆ ନ୍ୟୁଜ୍: ପଞ୍ଚୁକ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା।କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ଭକ୍ତ।ପୁରୀ ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକରେ ନିଷ୍ପତ୍ତି।ସିଂହଦ୍ୱାରରେ ପ୍ରବେଶ, ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା।ଅଁଳା ନବମୀରେ ଭୋର ୫ଟାରୁ ରାଧାପାଦ ଦର୍ଶନ।ବିଳମ୍ବିତ ରାତ୍ରି ଯାଏଁ ଚାଲିବ ରାଧାପାଦ ଦର୍ଶନ।ଦର୍ଶନ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ବ୍ୟବସ୍ଥା।
ଭକ୍ତମାନେ ସିଂହଦ୍ୱାରରେ ପ୍ରବେଶ କରିବାକୁ ଥିବାବେଳେ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ଏଥିସହିତ ଅଁଳା ନବମୀରେ ଭୋର୍ ୫ଟାରୁ ରାଧାପାଦ ଦର୍ଶନ କରିବା ପାଇଁ ନିଷ୍ପତ୍ତି ହୋଇଛି। ତେବେ ବିଳମ୍ବିତ ରାତି ଯାଏ ରାଧାପାଦ ଦର୍ଶନ ଜାରି ରହିଛି। ଦର୍ଶନ ପାଇଁ ୧୧ ଲେନ୍ ବିଶିଷ୍ଟ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ କରାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।