ନୂଆପଡାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଓଡ଼ିଆ ନ୍ୟୁଜ୍: ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଗୋଟମା ଏୟାରଷ୍ଟ୍ରିପ୍‌ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ।ପ୍ରଭାରୀ ବିଜୟପାଲ୍ ସିଂ ତୋମାର, ମନ୍ତ୍ରୀ ସୁରେଶ ପୂଜାରୀ ବି ପହଞ୍ଚିଲେ। ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ। ସୁନାବେଡ଼ାକୁ ଯିବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ ହୋଇଛି। ଗୋଟମା ଏୟାରଷ୍ଟ୍ରିଫ୍‌ରେ ପୋଲିସ ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି।ଗତକାଲି ଅର୍ଥାତ୍‌ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ବିମାନ ଯାଞ୍ଚ କରାଯାଇଥିଲା।

ଫ୍ଲାଇଂ ସ୍କ୍ବାର୍ଡ ଏବଂ ଭିଡିଓ ସର୍ଭେଲାନ୍ସ ଟିମ ତରଫରୁ ମୁଖ୍ୟମନ୍ତ୍ରୀ ଯାଇଥିବା ଏୟାରକ୍ରାଫ୍ଟ ଏବଂ ହେଲିକପ୍ଟର ଯାଞ୍ଚ ହୋଇଥିଲା। ଶୁକ୍ରବାର ନୂଆପଡ଼ା ଯାଇଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ହେଲିକପ୍ଟର ଯାଞ୍ଚ ମଧ୍ୟ କରାଯାଇଥିଲା।

Leave A Reply

Your email address will not be published.