ଭାରତ-ଦକ୍ଷିଣ ଆଫ୍ରିକା T-20 ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଭାରତ-ଦକ୍ଷିଣ ଆଫ୍ରିକା T-20 ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।ତ୍ରୁଟିଶୂନ୍ୟ ମ୍ୟାଚ ଆୟୋଜନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ। OCA ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀଙ୍କୁ ପରାମର୍ଶ।ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା T-20 ମ୍ୟାଚ୍‌।ଭିଡ଼ ନିୟନ୍ତ୍ରଣ, ଟିକେଟ୍ ବିକ୍ରି, ଜରୁରୀ ଚିକିତ୍ସା ଉପରେ ଗୁରୁତ୍ବାରୋପ। ଏଥିପାଇଁ ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-ଣ୍ଟି ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି ।

ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ ଏବଂ ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ । ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍‌ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍‌ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି ।

Leave A Reply

Your email address will not be published.