ଓଡ଼ିଆ ନ୍ୟୁଜ୍: ଖସୁଛି ପାରଦ; ୧୨ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା।ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୮ ଡିଗ୍ରୀ।ସେମିଳିଗୁଡ଼ା ୭.୪, ଦାରିଙ୍ଗବାଡ଼ି ୮, ଫୁଲବାଣୀ ୯ ଡିଗ୍ରୀ।ଟ୍ବିନସିଟିରେ ତାପମାତ୍ରା ୧୩ ଡିଗ୍ରୀ ରେକର୍ଡ। ରାତି ବଡ଼ିଲେ ଜାଡକୁ ଶୀତ ବଢ଼ିବାରେ ଲାଗୁଛି। ଦିନରେ ଥଣ୍ଡାର ପ୍ରକୋପ ଅନୁଭବ ହେଉଥିବା ବେଳେ ରାତିରେ ଏହା ଆହୁରି ବୃଦ୍ଧି ପାଇ ବିନା ଗରମ ପୋଷାକ ହେଉ କି ବିନା ନିଆଁରେ ରହିବା କଷ୍ଟ ହୋଇପଡିଛି। ଗରିବ ଲୋକ ପ୍ରବଳ ଶୀତ ଯୋଗୁଁ ଅସ୍ତବ୍ୟସ୍ତ ହୋଇପଡ଼ିଛି।
ସ୍ଥାନୀୟ ସହରରେ ଆଜିର ତାପମାତ୍ରା ୫.୮ଡିଗ୍ରୀ ରେକର୍ଡ କରାଯାଇଥିବା ସ୍ଥାନୀୟ ଏଏମଏଫୟୁ ସେଣ୍ଟର ପକ୍ଷରୁ ସୂଚନା ମିଳିଛି। ସହରର ତାପମାତ୍ରା ଠାରୁ ଦୁର୍ଗମ ଜଙ୍ଗଲ ପାହାଡ଼ ଘେରା ଅଞ୍ଚଳରେ ଆହୁରି କମ ତାପମାତ୍ରା ରହୁଥିବା ଅନୁମାନ କରିହେଉଛି। ଚଳିତ ବର୍ଷ ବିଳମ୍ବରେ ଶୀତର ଆଗମନ ହୋଇଥିବା ବେଳେ ପ୍ରବଳ ବର୍ଷା ଯୋଗୁଁ ପ୍ରବଳ ଥଣ୍ଡା ହେବା ବି ଅନୁମାନ କରାଯାଉଛି। ଦିନକୁ ଦିନ ପାରଦ ଖସିବା ସହ ଶୀତ ବଢ଼ିବାରେ ଲାଗିଛି।