ଓଡ଼ିଆ ନ୍ୟୁଜ୍: ବାଂଲାଦେଶୀ ସନ୍ଦେହରେ ୧୭ ଜଣ ଅଟକ।ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରୁ ୧୭ ଜଣ ଅଟକ।୧୭ ଜଣ ଅଟକ ନେଇ ଭଦ୍ରକ ଏସ୍ପିଙ୍କ ସୂଚନା।ଡକ୍ୟୁମେଣ୍ଟ ଯାଞ୍ଚ ଚାଲିଥିବା କହିଲେ ଏସ୍ପି। କଲିକତାର ମୁର୍ଶିଦାବାଦ ଅଞ୍ଚଳର ୧୭ ଜଣ ଲୋକ ଭଦ୍ରକ ଆସୁଥିଲେ। ସେମାନଙ୍କୁ ଭଦ୍ରକର ଟାଉନ ପୁଲିସ ଭଦ୍ରକ ବସଷ୍ଟାଣ୍ଡ ନିକଟରୁ ଠାବ କରିବା ସହ ପଚରାଉଚରା କରିଥିଲା। ସେମାନଙ୍କ ଗତିବିଧି ଓ କଥାବାର୍ତ୍ତାରୁ ପୁଲିସର ସନ୍ଦେହ ହେବାରୁ ପୁଲିସ ସେମାନଙ୍କୁ ଭଦ୍ରକ ନୂଆ ବସ୍ ଷ୍ଟାଣ୍ଡ ନିକଟସ୍ଥ ରାତ୍ରି କାଳୀନ ବିଶ୍ରାମଗାରରେ ଅଟକ ରଖିଛି। ଅଟକ ଥିବା ଏହି ବ୍ୟକ୍ତିମାନଙ୍କର ଆଧାର ଓ ଅନ୍ୟାନ୍ୟ କାଗଜପତ୍ର ଯାଞ୍ଚ କରୁଛି ପୁଲିସ। ଯାଞ୍ଚ ପରେ ପ୍ରକୃତ ତଥ୍ୟ ଜଣା ପଡ଼ିବ ବୋଲି ଏସ ପି ଶ୍ରୀ ରାଉତ କହିଛନ୍ତି।
ଏଣେ ଓଡ଼ିଶାରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ କଠୋର ରହିଛି । ସରକାର ଆସିବା ପରେ ଗୋଟିଏ ପର୍ଯ୍ୟାୟରେ ଏହି କାର୍ଯ୍ୟ କରାଯାଇଛି ଏବଂ ଆଗକୁ ମଧ୍ୟ ଏହା ଜାରି ରହିବ।