ଆଜିଠୁ ପୁଣି ବିହାରରେ ନୀତୀଶ ସରକାର

0

ଓଡ଼ିଆ ନ୍ୟୁଜ୍:ଆଜିଠୁ ପୁଣି ବିହାରରେ ନୀତୀଶ ସରକାର । ୧୦ମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର । ଆଜି ପାଟନାର ଗାନ୍ଧୀ ମଇଦାନରେ ସେ ୧୦ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ରୂପେ ଶପଥ ନେବେ। ତାଙ୍କ ସହ ଅନ୍ୟ ୨୨ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିପାରନ୍ତି।

ବିଧାୟକ ଦଳ ବୈଠକରେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ନେତା ନିର୍ବାଚିତ ହୋଇଛନ୍ତି। ସେହିପରି ଅନ୍ୟତମ ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନାଙ୍କୁ ଉପନେତା ବଛାଯାଇଛି। ତେଣୁ ଉଭୟେ ପୁଣି ଥରେ ଉପମୁଖ୍ୟମନ୍ତ୍ରୀ ରୂପେ ଶପଥ ନେଇପାରନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କେନ୍ଦ୍ରମନ୍ତ୍ରୀ, ବିଜେପି ଏବଂ ଏନଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.