ବିଧାନସଭାର ଶୀତକାଳୀନ ଅଧିବେଶନ ପାଇଁ ସିକ୍ୟୁରିଟି ଯାଞ୍ଚ କଲେ ପୋଲିସ କମିଶନର

0

ଓଡ଼ିଆ ନ୍ୟୁଜ୍: ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ପୋଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥା ର ଯାଞ୍ଚ କରିଛନ୍ତି। ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ ।

ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ । ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ ।

ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା ।ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

Leave A Reply

Your email address will not be published.