୭୨୯୩ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ। ୧୧ଟି ବିଭାଗର ୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ।ଗୃହ ବିଭାଗ ପାଇଁ ମଧ୍ୟ ନିଯୁକ୍ତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ। ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ମଧ୍ୟ ଯୋଗଦେଲେ। ଏହି ଅବସରରେ କହିଛନ୍ତି, ଆମ ସରକାର ଖାଲି ପଡ଼ିଥିବା ପଦ ଏବଂ ଖାଲି ହେଉଥିବା ପଦବି ପୂରା କରୁଛନ୍ତି। ବିଭିନ୍ନ ବିଭାଗକୁ ଏଥି ପାଇଁ ନିର୍ଦ୍ଦେଶ ଦେଇଥିଲି। ସରକାର ଦ୍ରୁତ ଶିଳ୍ପାୟନ କ୍ଷେତ୍ରରେ କାମ କରୁଛନ୍ତି।

ଆମ ସରକାର ଆସିବାର ୫୦୦ ଦିନ ଭିତରେ ୩୭,୩୨୫ ଜଣଙ୍କୁ ନିଯୁକ୍ତି ଦେଇଛି। ଆଜି ଦ୍ବାଦଶ ନିଯୁକ୍ତି ମେଳାରେ ୧୨ଟି ବିଭାଗରେ ୭,୨୯୩ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ବିତରଣ କରାଯାଇଛି। ପୂର୍ବ ସରକାରରେ ଏତିକି କମ ଦିନରେ ଏଭଳି ନିଯୁକ୍ତି ଦିଆଯାଇ ନଥିଲା। ଦୁଇ ବର୍ଷ ମଧ୍ୟରେ ଆମ ସରକାର ୬୫ ହଜାରରୁ ଅଧିକ ନିଯୁକ୍ତି ପ୍ରଦାନ କରିସାରିଥିବେ। ଆମ ଦେଶରେ ୪ରୁ କମ ପ୍ରତିଶତ ସରକାରୀ ଚାକିରି କରିବାର ସୁଯୋଗ ଲାଭ କରିଥାନ୍ତି। ତେଣୁ ଆମ ସରକାର ଶିଳ୍ପାୟନ ମାଧ୍ୟମରେ ନିଯୁକ୍ତି ସୁଯୋଗ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖିଛନ୍ତି।

ପୂର୍ବ ସରକାରରେ ଓଡ଼ିଶାରେ ସବୁ ଥାଇ ମଧ୍ୟ ଶିଳ୍ପାୟନ ହୋଇପାରି ନଥିଲା। ଆମ ସରକାର ଆସିବା ପରେ ୨ଲକ୍ଷ କୋଟି ଟଙ୍କାର ଶିଳ୍ପ ପାଇଁ ଓଏଏମ୍‌ୟୁ କରିଛନ୍ତି। ଏହା ଦ୍ବାରା ଦେଢ଼ ଲକ୍ଷ ଲୋକଙ୍କୁ ରୋଜଗାର ମିଳିପାରିବ ବୋଲି ଆଶା କରାଯାଉଛି।

Leave A Reply

Your email address will not be published.