ମହାପ୍ରଭୁ ପିନ୍ଧିବେ ଶୀତବସ୍ତ୍ର

0

ଓଡ଼ିଆ ନ୍ୟୁଜ୍: ଆଜି ମାର୍ଗଶୀର ଶୁକ୍ଳ ଷଷ୍ଠୀ ବା ପ୍ରାବରଣ ଷଷ୍ଠୀ। ଶ୍ରୀମନ୍ଦିରରେ ଏହି ଅବସରରେ ଅନୁଷ୍ଠିତ ହୋଇଥାଏ ଓଢ଼ଣ ଷଷ୍ଠୀ ନୀତି। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା ଘୋଡ଼ ପରିଧାନ କରିବେ ମହାପ୍ରଭୁ। ପ୍ରତିଦିନ ଭିନ୍ନଭିନ୍ନ ରଙ୍ଗର ଘୋଡ଼ ପରିଧାନ କରିବେ ମହାପ୍ରଭୁ।

ଠାକୁରଙ୍କୁ ଘୋଡ଼ଲାଗି କରାଯାଇ ୬ ମୂର୍ତ୍ତି ଅଳଙ୍କାର ଲାଗି କରାଯିବ। ଓଢ଼ଣୀ ଶଷ୍ଠୀ ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା ମଧ୍ୟରୁ ଅନ୍ୟତମ। ଘୋଡ ଲାଗି ବେଶ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଏହି ବେଶ ଦର୍ଶନ ଦ୍ୱାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।ଆଜି ମହାପ୍ରଭୁଙ୍କ ସକାଳଧୂପ ବଢିବା ପରେ ମଇଲମ କରାଯାଇ ଘୋଡଲାଗି କରାଯିବାର ବିଧି ରହିଛି।

Leave A Reply

Your email address will not be published.