ଓଡ଼ିଆ ନ୍ୟୁଜ୍: ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ। କମ୍ପିବ ଗୃହ । ମୁହାଁମୁହିଁ ହେବେ ଶାସକ-ବିରୋଧୀ । ସରକାରଙ୍କୁ ଘେରିବାକୁ ବିଭିନ୍ନ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ । କାଉଣ୍ଟର ପାଇଁ ପୁରା ତୟାର ଶାସକ ଦଳ। ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ତିନି ପ୍ରମୁଖ ଦଳର ବିଧାୟକ ଦଳ ବୈଠକ ବସି ରଣନୀତି ଚୂଡାନ୍ତ ହୋଇଛି । ଆଇନଶୃଙ୍ଖଳା, ନାରୀ ନିର୍ଯ୍ୟତନା, ସାଂପ୍ରଦାୟିକ ଉତ୍ତେଜନା, ଚାଷୀଙ୍କ ସମସ୍ୟା, ନିଯୁକ୍ତି ସ୍କାମ ଆଦି ବିଭିନ୍ନ ପ୍ରସଙ୍ଗ ଉଠାଇବାକୁ ନିଷ୍ପତ୍ତି ନେଇଛି ବିଜେଡି ।
ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗକୁ ମୁଖ୍ୟ ଅସ୍ତ୍ର କରିବ କଂଗ୍ରେସ । ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ୟ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ଗୃହକାର୍ୟ୍ୟ ଆରମ୍ଭ ହୋଇ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆସିବ। ପରେ ଗୃହ ମୁଲତବୀ ରହିବ। ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ।