ଓଡ଼ିଆ ନ୍ୟୁଜ୍: ଓଡ଼ିଶା ବିଧାନସଭାରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ବିଧାୟିକା ଭାବେ ନିର୍ବାଚିତ ହେବା ପରେ ରାଷ୍ଟ୍ରପତି ଭାବେ ଏହା ତାଙ୍କର ପ୍ରଥମ ବିଧାନସଭା ଗସ୍ତ। ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦର ସଦସ୍ୟ ଏବଂ ବର୍ତ୍ତମାନ ଓ ପୂର୍ବତନ ବିଧାୟକମାନେ ଉପସ୍ଥିତ ଥିଲେ।
ଗୃହରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ତାଙ୍କର ସଂଘର୍ଷମୟ ଜୀବନ ଓ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, “ସର୍ବୋଚ୍ଚ ଆସନରେ ବସି ମଧ୍ୟ ଆପଣ ନିଜ ଜନ୍ମଭୂମି ଓ କର୍ମଭୂମିକୁ ଭୁଲି ନାହାନ୍ତି।” ସେ ରାଷ୍ଟ୍ରପତିଙ୍କ କାର୍ଯ୍ୟଧାରାକୁ ‘ଅନନ୍ୟ’ ବୋଲି ବର୍ଣ୍ଣନା କରି କହିଥିଲେ ଯେ ତାଙ୍କର ବିଧାୟିକା, ମନ୍ତ୍ରୀ, ରାଜ୍ୟପାଳ, ଏବଂ ରାଷ୍ଟ୍ରପତି ଭାବେ କାର୍ଯ୍ୟ ଅତୁଳନୀୟ।
ଓଡ଼ିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ।ବିଧାୟିକାରୁ ରାଷ୍ଟ୍ରପତି ହେବା ପରେ ପ୍ରଥମ କରି ଆସିଛନ୍ତି ବିଧାନସଭା।୨୦୦୦ରୁ ୨୦୦୯ ଯାଏଁ ଥିଲେ ବିଧାୟିକା।ରାଇରଙ୍ଗପୁରରୁ ୨ ଥର ନିର୍ବାଚିତ ହୋଇଥିଲେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ମନ୍ତ୍ରିପରିଷଦରେ ସ୍ଥାନ ପାଇଥିଲେ। ୨୦୦୨ ପର୍ଯ୍ୟନ୍ତ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଥିଲେ। ୨୦୦୨ରୁ ୨୦୦୪ ପର୍ଯ୍ୟନ୍ତ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଥିଲେ।୨୦୦୭ରେ ଶ୍ରେଷ୍ଠ ବିଧାୟିକା ଭାବେ ପୁରସ୍କୃତ ହୋଇଥିଲେ। ୨୦୧୫ରେ ଝାଡ଼ଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ।