ଓଡ଼ିଆ ନ୍ୟୁଜ୍: ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସ୍କୁଲର ପୁସ୍ତକ ବଦଳିବ।‘ପୁସ୍ତକ ପରିବର୍ତ୍ତନ ପାଇଁ ସରକାରଙ୍କ ପରିକଳ୍ପନା ରହିଛି’।ପୁସ୍ତକ ବଦଳାଇବା ପ୍ରସ୍ତୁତି ପର୍ଯ୍ୟାୟ କ୍ରମେ ଚାଲିଛି।ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଲିଖିତ ଉତ୍ତର।ଏକ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଯେ, ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବର୍ତ୍ତମାନର ପାଠ୍ୟକ୍ରମରେ ସମ୍ପୂର୍ଣ୍ଣ ପରିବର୍ତ୍ତନ କରାଯିବ। ପାଠ୍ୟପୁସ୍ତକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ପ୍ରକ୍ରିୟା ପର୍ଯ୍ୟାୟକ୍ରମେ ଜାରି ରହିଛି ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜାତୀୟ ମାନକ ସହିତ ସମନ୍ୱୟ ରକ୍ଷା କରିବା ପାଇଁ ସରକାର ପାଠ୍ୟକ୍ରମ ସଂଶୋଧନ ବେଳେ NCERT (ଜାତୀୟ ଶିକ୍ଷା ଗବେଷଣା ଓ ତାଲିମ ପରିଷଦ) ଢାଞ୍ଚାକୁ ଅନୁସରଣ କରିବାକୁ ଯୋଜନା କରୁଛନ୍ତି। ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କ ଅଧ୍ୟକ୍ଷତାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ପାଠ୍ୟକ୍ରମର ପୁନଃ ଡିଜାଇନ୍ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି।