ଖସୁଛି ପରଦା, ବଢୁଛି ଶୀତ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ରହିଛି ଶୀତର ଲହରୀ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଥଣ୍ଡା ରହିବ । ଅନ୍ୟ ସ୍ଥାନରେ ବି ଅସମ୍ଭାଳ ଶୀତ ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ବହିବ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ଆଜି ରାତିରେ ଫୁଲବାଣୀ ଓ ଝାରସୁଗୁଡ଼ାରେ ପାରଦ ୯ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ବଲାଙ୍ଗୀର, ବୌଦ୍ଧ ଓ କେନ୍ଦୁଝରରେ ୧୧, ଢେଙ୍କାନାଳରେ ୧୨, ସୋନପୁର, ଟିଟିଲାଗଡ଼, ନବରଙ୍ଗପୁର, ବାଲେଶ୍ୱର, ବାରିପଦା, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଭୁବନେଶ୍ୱରରେ ୧୩ ଡିଗ୍ରୀ ଅନୁଭୂତ ହୋଇପାରେ । ରବିବାର କୋରାପୁଟ, ଫୁଲବାଣୀ, ନବରଙ୍ଗପୁର, ଭବାନୀପାଟଣା, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ରାଉରକେଲାରେ ରାତି ତାପମାତ୍ରା ୧୦ ଡିଗ୍ରୀ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ଏଭଳି ଥଣ୍ଡା ଜାରି ରହିବ ।

Leave A Reply

Your email address will not be published.