ଆଜି ବାରବାଟୀରେ ବିଗ୍ ଫାଇଟ୍

0

ଓଡ଼ିଆ ନ୍ୟୁଜ୍: ଆଜି କଟକ ବାରବାଟୀରେ ବିଗ୍ ଫାଇଟ୍। ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-ଟ୍ବେଣ୍ଟି ମ୍ୟାଚ୍। ଆଜି ସନ୍ଧ୍ୟା ୭ଟାରେ ଖେଳାଯିବ ମ୍ୟାଚ୍। କମ୍ପିବ ବାରବାଟୀ । ଇଣ୍ଡିଆ ଇଣ୍ଡିଆ ନାରାରେ ଫାଟିବ ଗ୍ୟାଲେରି । ବାରବାଟୀ ଟି୨୦କୁ ନେଇ ଉତ୍ସାହିତ କ୍ରିକେଟ ପ୍ରେମୀ ।ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ସିରିଜର ପ୍ରଥମ ମୁକାବିଲା କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ।

ଯାହାକୁ ନେଇ ସାରା ରାଜ୍ୟରେ ଏବେ କ୍ରିକେଚ୍ ଫିଭର୍ । ଅନେକ ଦିନ ପରେ ବାରବାଟୀରେ ଟି୨୦ ମୁକାବିଲା ଖେଳାଯାଉଛି । ତେଣୁ ଓଡିଶାରେ ଥିବା ଟିମ୍ ଇଣ୍ଡିଆ ଫ୍ୟାନ୍ସ ଏହାକୁ ନେଇ ଖୁବ୍ ଆଶାବାଦୀ । ସେମାନେ ଭାରତ ଜିତିବା ନେଇ ପ୍ରାର୍ଥନା କରୁଛନ୍ତି । ପୂର୍ବରୁ ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟିମ୍ ଜିତିନଥିବା କାରଣରୁ ଏଥର ପରାଜୟର ରେକର୍ଡ ଭାଙ୍ଗିବ ବୋଲି ଫ୍ୟାନ୍ ଆଶା ରଖିଛନ୍ତି ।

Leave A Reply

Your email address will not be published.