ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱରର ସତ୍ୟବିହାର ସ୍ଥିତ ଏକ ବାର୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ ଥିବା ଫର୍ଣ୍ଣିଚର୍ ଦୋକାନକୁ ନିଆଁ ବ୍ୟାପିଥିବା ଜଣାପଡିଛି। ୪୫ ମିନିଟ ଧରି ନିଆଁ ଲାଗିଥିବା ପ୍ରତ୍ୟେକ୍ଷଦର୍ଶୀ ସୂଚନା ଦେଇଛନ୍ତି। ବିନା ଲାଇସେନ୍ସରେ ବାର୍ ଚାଲିଥିବା ସ୍ଥାନୀୟ ଲୋକଙ୍କ ଅଭିଯୋଗ।
ନିଆଁ ସମ୍ପୂର୍ଣ୍ଣ ଆୟତ୍ତ ହୋଇଥିବା ଚିଫ୍ ଫାୟାର ଅଫିସର ରମେଶ ମାଝୀଙ୍କ ସୂଚନା।ନିଆଁ ଲିଭା କାର୍ଯ୍ୟରେ ୨ ଦମକଳ ଗାଡ଼ି ନିୟୋଜିତ ହୋଇଥିଲେ।ନିଆଁକୁ ଆୟତ୍ତ କରିବାକୁ ପ୍ରାୟ ୧ ଘଣ୍ଟା ସମୟ ଲାଗିଥିଲା।ଘଟଣାସ୍ଥଳରେ ପହଞ୍ଚିବାରେ ବିଳମ୍ବ ହୋଇନି, ତୁରନ୍ତ ନିଆଁକୁ ଆୟତ୍ତ କରାଯାଇଛି।୯ଟା ୧୫ ସୁଦ୍ଧା ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ।