ଭୁବନେଶ୍ୱରରେ ହେବ ଭିସା ସେଣ୍ଟର

0

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’।ବରମୁଣ୍ଡା ବସ୍ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ।ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡ଼ିବନି। ରାଜ୍ୟ ସରକାରଙ୍କ ପକ୍ଷରୁ ହେଲା ବଡ଼ ଘୋଷଣା। ଭୁବନେଶ୍ଵରରେ ଏଥର ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି।

ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ। ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। କିନ୍ତୁ ଏବେ ତାହା ଆଉ କରିବାକୁ ପଡ଼ିବନି । ତେବେ ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.