ଓଡ଼ିଆ ନ୍ୟୁଜ୍: ଭୁବନେଶ୍ୱର ଧଉଳି ଦୟାନଦୀ ପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ମୁଖ୍ୟ ଅଭିଯୁକ୍ତ ସତ୍ୟ ପ୍ରକାଶ ହାତୀ ଓରଫ ଜୋକର ହାପିକୁ ଗିରଫ କରିଛି କମିସନରେଟ ପୋଲିସ। ଧଉଳି ନଦୀପଠାରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଛି। ତୃତୀୟ ଅଭିଯୁକ୍ତ ହେଲା ସତ୍ୟ ପ୍ରକାଶ ହାତୀ ଓରଫ ଜୋକର୍ ହାତୀ। ତାକୁ ଗଞ୍ଜାମରୁ ଗିରଫ କରାଯାଇଥିବାର ସୂଚନା ରହିଛି। ସତ୍ୟ ପ୍ରକାଶ ହାତୀ ଓରଫ ଜୋକର୍ ହାତୀ ନାମରେ ବହୁ ମାମଲା ଆଗରୁ ରହିଛି। ସେ ଜଣେ ଅଭ୍ୟାସଗତ ଅପରାଧୀ ବୋଲି ପୁଲିସ କହିଛି। ତାକୁ ଘଟଣାସ୍ଥଳକୁ ନେଇ ପୁଲିସ ସିନ୍ ରିକ୍ରିଏସନ୍ ରିକ୍ରିଏଟ୍ କରିଛି। ସେଠାରେ ଡେମୋ ଦେଖାଇଛି ଅଭିଯୁକ୍ତ।
ଧଉଳି ବୁଲିବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଦୟା ନଦୀପଠାକୁ ଟେକି ନେଇ ତାଙ୍କ ପୁରୁଷ ବନ୍ଧୁଙ୍କ ସମ୍ମୁଖରେ କେତେକ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିଲେ। ମାଡ଼ ମାରି ତାଙ୍କଠାରୁ ସୁନାଚେନ୍ ଓ ଟଙ୍କା ଲୁଟିନେଇଥିଲେ। ଏହାସହିତ ତାଙ୍କ ପୁରୁଷ ବନ୍ଧୁଙ୍କୁ ମାଡ଼ମାରି ଦରମରା କରି ଫିଙ୍ଗି ଦେଇଥିଲେ। ଘଟଣାର ୫ ଦିନ ପରେ ପୁଲିସ କଟକ ବାଙ୍କୀର ବିଭୁ ପ୍ରସାଦ ମିଶ୍ର(୩୨) ଓ କଟକ ଓଲଟପୁର ଅଞ୍ଚଳର କାଳନ୍ଦୀ ପାତ୍ର(୩୧)କୁ ଗିରଫ କରିଥିଲା। କିନ୍ତୁ ଅନ୍ୟ ଅଭିଯୁକ୍ତମାନଙ୍କ ପାଖରେ ପୁଲିସ ଏପର୍ଯ୍ୟନ୍ତ ପହଞ୍ଚି ପାରିନଥିଲା। ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବା ବେଳେ ଶାନ୍ତିସ୍ତୂପ ଧଉଳି ନିକଟରେ ଏଭଳି ଜଘନ୍ୟ କାଣ୍ଡ ରାଜଧାନୀରେ ଚର୍ଚ୍ଚାର ବିଷୟ ହୋଇଛି।