ଓଡ଼ିଆ ନ୍ୟୁଜ୍: ଚାନ୍ଦବାଲି ଲଜ୍ଜା ଘଟଣା, ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ।ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ ଅନୁକମ୍ପା ରାଶି।ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ନିର୍ଦ୍ଦେଶ।ତଦନ୍ତ କରି ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡବିଧାନ ହେବ: ମୁଖ୍ୟମନ୍ତ୍ରୀ। ୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ରାଶି ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତଦନ୍ତ କରି ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡବିଧାନ ହେବ ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଟ୍ବିଟ କରି କୁହାଯାଇଛି ଯେ, ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି ।