ଶ୍ରୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା: ପରିବହନ ମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା ବା MBS। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା।’ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଛି। ପରିବହନ ବିଭାଗ ଯେମିତି କ୍ଷତି ସହିବନି ସେନେଇ ଆଲୋଚନା ହୋଇଛି। ୧୪୨୨ଟି ବସ୍‌ ଯୋଗେ ସ୍କୁଲ ପିଲାଙ୍କୁ ମାଗଣା ସେବା ଯୋଗାଇ ଦିଆଯିବ। କେଉଁ ରୁଟ୍‌ରେ କେତେ ବସ୍‌ ଚାଲିବ ତାହା OSRTC ସ୍ଥିର କରିବ। ଉଭୟ ଏସି ଓ ନନ୍‌ ଏସି ବସ୍‌ରେ ଲାଗୁ ହେବ ଏହି ସେବା। ବସ୍‌ରେ ଯାତ୍ରା ବେଳେ ୟୁନିଫର୍ମରେ ରହିବା ସହ ଆଇକାର୍ଡ ପକାଇବେ ଛାତ୍ରଛାତ୍ରୀ। କେଉଁ ରୁଟ୍‌ରେ କେତେ ବସ୍‌ ଚାଲିବ ତାହା OSRTC ସ୍ଥିର କରିବ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ମନ୍ତ୍ରୀ କହିଛନ୍ତି, ଏଣିକି ଅନ୍‌ଲାଇନ୍‌ ସହ ଅଫ୍‌ଲାଇନ୍‌ରେ ବି ଇ-ଚାଲାଣ ପୈଠ କରିହେବ। ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ସ୍ଵତନ୍ତ୍ର ଭାବେ ଅଧିକାରୀଙ୍କୁ ଦିଆଯିବ ଦାୟିତ୍ଵ ଦିଆଯାଇଛି। ମୋବାଇଲ ନଂ ଅପଡେଟ୍ ନ ଥିବାରୁ OTP ପାଉ ନଥିବା ବ୍ୟକ୍ତିଙ୍କୁ ହେବ ସହାୟକ -ଦୁର୍ବଳ ଇଣ୍ଟରନେଟ ଅଞ୍ଚଳର ଲୋକଙ୍କୁ ମଧ୍ୟ ଏହା ସହାୟକ ହେବ ବୋଲି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.