ଓଡ଼ିଆ ନ୍ୟୁଜ୍: ଦାରିଙ୍ଗବାଡ଼ି ଡୁଲୁରି ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି।ବର୍ଷର ଶେଷ ରବିବାର ଥିବାରୁ ପିକନିକ୍ ପାଇଁ ପ୍ରବଳ ଭିଡ଼ ହୋଇଥିଲା। କୌଣସି କାରଣକୁ ନେଇ ୨ ପର୍ଯ୍ୟଟକ ଗୋଷ୍ଠୀଙ୍କ ମଧ୍ୟରେ ପିଟାପିଟି।କିଛି ଯୁବକଙ୍କୁ ପୋଲିସ ଉଠାଇ ନେଇଥିବା ସୂଚନା। ପରେ ପରିସ୍ଥିତି ଏମିତି ଘଟିଥିଲା ଯେ ଉଭୟ ଗୋଷ୍ଠି ମଧ୍ୟରେ ପିଟା ପିଟି ହୋଇଥିଲା । ରୋଷେଇରେ ବ୍ୟବହାର ଚଟୁ, ବେଲା ସହ ବିଭିନ୍ନ ସାମଗ୍ରିରେ ମାଡ଼ ହୋଇଥିଲା ।ଏହି ସମୟରେ ଡ଼ୁଲୁରୀ ଅଞ୍ଚଳରେ ଅନ୍ୟ ପର୍ଯ୍ୟଟକମାନେ ମଧ୍ୟ ରୋଷେଇ କରୁଥିବା ବେଳେ ବହୁ ହଇରାଣ ହୋଇଥିଲେ । ପରିବାର ନେଇ ଆସିଥିବା ପର୍ଯ୍ୟଟକ ବଣ ଭୋଜି କରୁଥିବା ବେଳେ ଭୋଜି ରାନ୍ଧି ମଧ୍ୟ ଖାଇପାରିନଥିଲେ ।
ଭୟ ଓ ଆତଙ୍କ ଭିତରେ ପର୍ଯ୍ୟଟକ ଡ଼ୁଲୁରୀ ସ୍ଥାନ ଛାଡି ଚାଲିଯାଇଥିଲେ । ପରିସ୍ଥିତି ଏମିତି ହେଲା ଯେ ଉକ୍ତ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା ଏବଂ ଗଣ୍ଡଗୋଳକୁ ବନ୍ଦ କରିବାକୁ ଯାଇଥିବା କିଛି ଯୁବକ ଓ ପର୍ଯ୍ୟଟକ ଆହତ ହୋଇଥିଲେ । ଡ଼ୁଲୁରୀ ପର୍ଯ୍ୟଟନକ୍ଷେତ୍ରର ପରିଚାଳକ ସଞ୍ଜୀବ ପ୍ରଧାନ ତୁରନ୍ତ ପ୍ଳିହେରୀ ସରପଞ୍ଚ ପାଉଲ ପ୍ରଧାନଙ୍କୁ ଫୋନରେ ଜଣାଇବା ପରେ ସରପଞ୍ଚ ତୁରନ୍ତ ଦାରିଙ୍ଗବାଡି ଥାନାକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ୨ ଗୋଷ୍ଠୀଙ୍କୁ ଝଗଡାକୁ ବନ୍ଦ କରିବାକୁ ଉଦ୍ୟମ କରୁଥିଲେ ହେଁ ପ୍ରବଳ ଗଣ୍ଡଗୋଳକୁ ଦେଖି ପୋଲିସ ମୃଦୁ ଲାଠି ଚାଳନା କରିଥିଲା ।