ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କଲେ କଂସ ମହାରାଜ

0

ଓଡ଼ିଆ ନ୍ୟୁଜ୍: ପାପର ପ୍ରାୟଶ୍ଚିତ ପାଇଁ ପୁରୀରେ ବରଗଡ଼ ଧନୁଯାତ୍ରା କଂସ।ମହୋଦଧିରେ ବୁଡ଼ ପକାଇ କ୍ଷମା ପ୍ରାର୍ଥନା କଲେ କଂସ ମହାରାଜ।ପଇତା ବିସର୍ଜନ ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କଲେ।ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ।ଗୋବର୍ଦ୍ଧନ ପୀଠରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଶିଷ ଭିକ୍ଷା।ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚରେ ୧୧ ଦିନ ଧରି ଚାଲିଥିଲା ଧନୁଯାତ୍ରା।ମହାରାଜ କଂସ ଭୂମିକାରେ ଅଭିନୟ କରୁଥିଲେ ସୁଶିଲ ମେହେର।

କଂସ ବଦ୍ଧ ସହ ଶଷ ହୋଇଛି ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ତେବେ ଧନୁଯାତ୍ରା ଶେଷ ହୋଇଥିଲେ ମଧ୍ୟ ଧନୁଯାତ୍ରାର ପରମ୍ପରା ସରି ନାହିଁ । କାରଣ କଂସ ମହାରାଜ ଏବେ ଶ୍ରୀକ୍ଷେତ୍ର‌‌ରେ ନିଜ ପାପର ପ୍ରାୟଶ୍ଚିତ କରିବା ପାଇଁ ଆସିଛନ୍ତି ଶ୍ରୀଜିଉଙ୍କ ଉଦ୍ଦେଶ୍ୟରେ । ଯାତ୍ରା ସମୟରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ କଟୁ ବାକ୍ୟ ପ୍ରୟୋଗ କରିଥିବାରୁ ଏବେ ମହାପ୍ରଭୁଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି । ଏଥିପାଇଁ କଂସ ଭୂମିକାରେ ଅଭିନୟ କରିଥିବା ସୁଶୀଲ ମେହେର ପ୍ରଥମେ ପୁରୀ ଗୋବର୍ଦ୍ଧନ ପୀଠରେ ପହଞ୍ଚିଥିଲେ । ସେଠାରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରି କ୍ଷମାପ୍ରାର୍ଥନା କରିଥିଲେ । ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତି ସମସ୍ତଙ୍କର ଭକ୍ତି ଏବଂ ଭଲପାଇବା ରହିବା ଆବଶ୍ୟକ ବୋଲି ପରାମର୍ଶ ଦେଇଥିଲେ ଶଙ୍କରାଚାର୍ଯ୍ୟ । ପରେ ମହୋଦଧିରେ ସ୍ନାନ କରି ସୂର୍ଯ୍ୟପୂଜା କରିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୂଜାର୍ଚ୍ଚନା କରି ମହାପ୍ରଭୁଙ୍କ ଶରଣାପନ୍ନ ହୋଇଛନ୍ତି ।

Leave A Reply

Your email address will not be published.