ଓଡ଼ିଆ ନ୍ୟୁଜ୍: ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣଙ୍କ ସୂଚନା।ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ପରେ ସୂଚନା।’୨୦୨୭ ଫେବୃଆରୀରେ ହେବ ଦ୍ଵିତୀୟ ପର୍ଯ୍ୟାୟ ଜନଗଣନା। ପ୍ରଥମ ପର୍ଯ୍ୟାୟରେ ଘର ଓ ଆସବାବପତ୍ର ଗଣନା ହେବ।ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ବୁଲି ହେବ ଜନଗଣନା।ନିଯୁକ୍ତ ହେବେ ଲକ୍ଷାଧିକ ଜନଗଣନା ଅଧିକାରୀ।ଜଣେ ଚାହିଁଲେ ନିଜ ତଥ୍ୟ ୱେବସାଇଟରେ ପଞ୍ଜିକୃତ କରିପାରିବେ। ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ଜନଗଣନା ନିର୍ଦ୍ଦେଶକଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ । ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା । ଭୁବନେଶ୍ୱର କଟକରେ ପ୍ରୀ ଟେଷ୍ଟ ସରିଛି। ନୂଆ ଘୋଷଣା ହୋଇଥିବା ଏନଏସି ଏବଂ ପୌରପାଳିକା ବାଉଣ୍ଡ୍ରି ଫାଇନାଲ ହୋଇଛି ।
ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଦିଆଯିବ ଟ୍ରେନିଂ । ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବେ । ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପ୍ରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ 25 ହଜାର ଆର୍ଥିକ ପ୍ରତସୋହନ ଦିଆଯିବ। ଏପ୍ରିଲରୁ ମେ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ। ୨୦୨୭ ଫେବୃଆରୀରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନ ଗଣନା ହେବ।ଜଣେ ଲୋକ ନିଜେ ଚାହିଁଲେ ନିଜର ତଥ୍ୟ ଦେଇପାରିବେ ୱେବସାଇଟ ଜରିଆରେ ପଞ୍ଜିକୃତ କରି ପାରିବେ। ମୋବାଇଲ ନମ୍ବରରେ ଓଟିପି ବେସଡ ହେବ। ଗୋଟିଏ ନମ୍ବର ଦୁଇ ଥର ବ୍ୟବହାର କରି ପାରିବେନି କି ଆପରୁ ସ୍କ୍ରିନ ସଟ ମଧ୍ୟ ନେଇପାରିବେ ନାହିଁ। ପ୍ରାୟ 90 ପ୍ରତିଶତ ଅନଲାଇନ ରେ ହେବ।