ଓଡ଼ିଆ ନ୍ୟୁଜ୍: ଶିମିଳିପାଳରେ ତୁଷାରପାତ । -୧ ଡିଗ୍ରୀକୁ ଖସିଲା ପାରଦ । ଉପରବାର୍ହାକାମୁଡ଼ା, ଦେବସ୍ଥଳୀ, କୁମାରୀ ଓ ଗୁରୁଗୁଡ଼ିଆଠାରେ ତୁଷାରପାତ ହୋଇଛି । ହାଡ଼ଭଙ୍ଗା ଶୀତ ସାଙ୍ଗକୁ ଘନକୁହୁଡ଼ିର ଧଳା ଚାଦର ତଳେ ଘୋଡ଼େଇ ହୋଇଛି ଶିମିଳିପାଳ ଅଭ୍ୟାୟରଣ୍ୟ । ପାଦଦେଶରେ ଥିବା ଯଶିପୁର, ଠାକୁରମୁଣ୍ଡା, କରଞ୍ଜିଆ, ରରୁଆଁ ଓ ଶୁକୃଳି ବ୍ଲକ୍ ଅଞ୍ଚଳରେ ଘନ କୁହୁଡ଼ି ସାଙ୍ଗକୁ ଶୀତର ଲହରୀ ଜାରି ରହିଛି ।
ଆଜି ସକାଳ ୬ଟା ସୁଦ୍ଧା ଶିମିଳିପାଳର ଉପର ବାରାକାମୁଡ଼ାରେ ସର୍ବନିମ୍ନ ତାପମାତ୍ରା -୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଚହଲା ଓ ଗୁରୁଗୁଡ଼ିଆରେ ୨ ଡିଗ୍ରୀ ଏବଂ ବରେହିପାଣିଠାରେ ୫ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି । ଏନେଇ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପକ୍ଷରୁ ସୂଚନା ଦିଆଯାଇଛି ।