ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ: ଭକ୍ତ ଦାସ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ।ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସୂଚନା।ହାର୍‌ ଜିତ୍‌କୁ ଭୟ ନାହିଁ, ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ।ଆବଶ୍ୟକ ସଂଖ୍ୟା ନଥିବା ସତ୍ତ୍ବେ ୩/୪ ଜଣଙ୍କ ନାଁ ସ୍ଥିର ହୋଇଛି।ଏନେଇ ଦଳ ହାଇକମାଣ୍ଡଙ୍କ ସହ ଆଲୋଚନା କରିବ- ଭକ୍ତ। ଦଳ ଭିତରୁ କିମ୍ବା ବାହାରୁ ବି କାହାକୁ ଜଣଙ୍କୁ ପ୍ରାର୍ଥୀ କରାଯାଇପାରେ। ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଦେଶର ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି।

ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନ ଚିଠି ଲେଖିଛନ୍ତି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ -ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି ହେବ । ଯଦି ଓଡ଼ିଶା କଥା ଦେଖିବା ତାହେଲେ ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ । ମୁନ୍ନା ଖାଁ, ନିରଞ୍ଜନ ବିଶି, ମମତା ମହନ୍ତ ଓ ସୁଜିତ୍‌ କୁମାରଙ୍କ କାର୍ଯ୍ୟକାଳ ସରିବ ।

Leave A Reply

Your email address will not be published.