ଛେଣ୍ଡିପଦାରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ):ରାଜନୀତିରେ ହିଂସାର ସ୍ଥାନ ନାହିଁ ଏବଂ ସମ୍ବିଧାନର ମୁଖବନ୍ଧରେ ଅହିଂସା ଶବ୍ଦ ଯୋଡ଼ିବା କଥା କହି ଅନ୍ୟ ପକ୍ଷରେ ହିଂସା କରି ବିରୋଧୀ ରାଜନୈତିକ ଶକ୍ତିଙ୍କୁ ହିଂସାରେ ଶେଷ କରିଦେବାର ଅଲିଖିତ ଘୋଷଣାନାମା ପରି ପରିସ୍ଥିତି ରାଜ୍ୟରେ ସୃଷ୍ଟି ହୋଇଛି ବୋଲି ଟ୍ୱିଟ୍ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଅନୁଗୋଳ ଜିଲ୍ଲାରେ ନିର୍ବାଚନୀ ପରବର୍ତ୍ତୀ ହିଂସା ଓ ଏଥିରେ ଛେଣ୍ଡିପଦା ଅଞ୍ଚଳରେ ବିଜେପି କାର୍ଯ୍ୟକର୍ତ୍ତା ସାଗର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣା ଶୁଣି ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହି ଘଟଣାରେ ଚିନ୍ତାପ୍ରକଟ କରିବା ସେ ଟ୍ୱିଟ୍ କରିଛନ୍ତି ଯେ ଏହି ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ । ପଞ୍ଚାୟତ,ପୌର ନିର୍ବାଚନ ଓ ପରବର୍ତ୍ତୀ ସମୟରେ ସାରା ରାଜ୍ୟରେ ରାଜନୈତିକ ହିଂସା ଥମିବାର ନାଁ ନେଉନାହିଁ, ଯାହା ଓଡିଶା ପାଇଁ ଚିନ୍ତାର ବିଷୟ ।

ଛେଣ୍ଡିପଦା ସମେତ ସାରା ରାଜ୍ୟରେ ପ୍ରତିଦିନ ଅସହିଷ୍ଣୁତାର ରାଜନୈତିକ ହିଂସା ଘଟାଉଥିବା ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ପୋଲିସ ଓ ପ୍ରଶାସନ ଆଇନ ଅନୁସାରେ ନିରପେକ୍ଷତାର ସହିତ କଠୋର କାର୍ଯ୍ୟାନୁଷ୍ଠାନ ନେବା ଅତ୍ୟନ୍ତ ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।

Leave A Reply

Your email address will not be published.