ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକ ମୂଲ୍ୟ

0

ଓଡ଼ିଆ ନ୍ୟୁଜ୍: ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ।ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ହେଲା ୧୭୫ ଟଙ୍କା।ବାଳିକାଙ୍କ ପୋଷାକ ପାଇଁ ୧୫୦ରୁ ବଢ଼ି ହେଲା ୨୫୦ ଟଙ୍କା। ଜୋତା ପାଇଁ ଖର୍ଚ୍ଚ ହେଉଥିବା ୧୦୦ ଟଙ୍କା ବଢ଼ି ୧୫୦ ଟଙ୍କା ହେଲା। କପଡ଼ାର କ୍ରମାଗତ ବର୍ଦ୍ଧିତ ମୂଲ୍ୟ, ସିଲେଇ ଖର୍ଚ୍ଚ, ପରିବହନ ବ୍ୟୟକୁ ଦୃଷ୍ଟିରେ ରଖି ଏବଂ ଛୋଟ ପିଲାମାନଙ୍କୁ ପ୍ରଦାନ କରାଯାଉଥିବା ପୋଷାକ ଓ ଆନୁଷଙ୍ଗିକ ସାମଗ୍ରୀର ଗୁଣବତ୍ତା ବଜାୟ ରଖିବା ପାଇଁ ଏହି ସଂଶୋଧନ କରାଯାଇଛି ।

ଏହି ସଂଶୋଧିତ ମୂଲ୍ୟ ୨୦୨୬-୨୭ ଆର୍ଥିକ ବର୍ଷରୁ କାର୍ଯ୍ୟକାରୀ ହେବ । ଏହା ଦ୍ବାରା ରାଜ୍ୟର ୭୪,୨୨୪ଟି ଅଙ୍ଗନୱାଡ଼ି କେନ୍ଦ୍ରରେ ନାମ ଲେଖାଇଥିବା ପ୍ରାୟ ୧୪.୭୬ ଲକ୍ଷରୁ ଅଧିକ ପ୍ରାକ୍-ବିଦ୍ୟାଳୟ ଶିଶୁ ଉପକୃତ ହେବେ । ଏହି ଅତିରିକ୍ତ ବ୍ୟୟବରାଦକୁ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ।

Leave A Reply

Your email address will not be published.