ଓଡ଼ିଆ ନ୍ୟୁଜ୍: PUCC ନ ଥିଲେ ପେଟ୍ରୋଲ୍ ମିଳିବନି ନିର୍ଦ୍ଦେଶ ପ୍ରତ୍ୟାହୃତ।ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ସରକାର।ପେଟ୍ରୋଲ ପମ୍ପ୍ଗୁଡ଼ିକ କେବଳ PUCC ପାଇଁ କହିପାରିବେ।ସମସ୍ତ ଚାଲାଣ ଭରିବାକୁ ବାଧ୍ୟ କରିପାରିବେ ନାହିଁ ସରକାର।ଏନେଇ ବାହାନ ପୋର୍ଟାଲରେ ସଂଶୋଧନ ପାଇଁ ନିର୍ଦ୍ଦେଶ।ପୋର୍ଟାଲରେ ସଂଶୋଧନ ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ।
BAHAN ପୋର୍ଟାଲରେ କୌଣସି ଚାଳକ ଯେପରି ଅସୁବିଧାରେ ସମ୍ମୁଖୀନ ନ ହୁଅନ୍ତି ତାହା ଉପରେ ପଦକ୍ଷେପ ନେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସ୍ବତନ୍ତ୍ର ବିଜ୍ଞପ୍ତି ଜାରି କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । . ସେହିପରି ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ ପେଟ୍ରୋଲ ପମ୍ପରେ ମିଳିପାରିବ ପେଟ୍ରୋଲ। ଏନେଇ କୋର୍ଟଙ୍କୁ ଅବଗତ କରିଛନ୍ତି ରାଜ୍ୟ ସରକାର । ତେବେ ରାଜ୍ୟ ପରିବହନ କମିଶନରଙ୍କ ପକ୍ଷରୁ ୨୦୨୫ ଡିସେମ୍ବର ୨୦ ତାରିଖରେ ଜାରି ହୋଇଥିବା ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା ଯେ , ଗାଡି ମାଲିକଙ୍କ PUCC ନ ଥିଲେ ତାଙ୍କୁ ପେଟ୍ରୋଲ କି ଡିଜେଲ ମନା । ଏନେଇ ବିଭିନ୍ନ ତୈଳ ବିକ୍ରୟକାରୀ କମ୍ପାନୀକୁ ଲେଖାଯାଇଥିବା ଚିଠିକୁ ବିରୋଧ କରି ହାଇକୋର୍ଟରେ ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା । ମୋଟର ଯାନ ଆଇନ, ୧୯୮୮ ଓ କେନ୍ଦ୍ରୀୟ ମୋଟର ଯାନ ନିୟମାବଳୀ, ୧୯୮୯ ଉଲଂଘନ କରି ଏହି ନିର୍ଦେଶନାମା ଜାରି କରାଯାଇଛି ବୋଲି ଜନସ୍ବାର୍ଥ ମାମଲାରେ ଉଲ୍ଲେଖ କରାଯାଇଥିଲା।