ଓଡ଼ିଆ ନ୍ୟୁଜ୍: ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଦୁଇ ଦିନ ବନ୍ଦ ରହିବ।ରାଷ୍ଟ୍ରପତି ଶିମିଳିପାଳ ଆସିବାକୁ ଥିବାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।ଆସନ୍ତା ୪ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ରହିବ। କାଳିକାପ୍ରସାଦ ଗେଟ୍ ଓ ଗୁଡ଼ଗୁଡ଼ିଆ ଜୋନ୍ ୪ ତାରିଖରୁ ୬ ପର୍ଯ୍ୟନ୍ତ ବନ୍ଦ।ଗୁଡଗୁଡ଼ିଆ ସଫାରୀ ୫ ଅପରାହ୍ନ ଓ ୬ ତାରିଖ ସକାଳେ ବନ୍ଦ ରହିବ।
ସେପଟେ ଆସନ୍ତା ୩ ତାରିଖରେ ପୁରୀ ଗସ୍ତରେ ଆସିବେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୋପର୍ଦୀ ମୁର୍ମୁ। ୩ ତାରିଖ ସନ୍ଧ୍ୟାରେ ପୁରୀ ତାଳବଣିଆ ହେଲିପ୍ୟାଡ ଠାରେ ରାଷ୍ଟ୍ରପତି ପହଁଚିବା ପରେ ଲୋକଭବନ ଯିବେ। ୪ ତାରିଖ ସକାଳେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱତଗଙ୍ଗାରେ ପୂର୍ବପୁରୁଷଙ୍କ ଉଦେଶ୍ୟରେ ପିଣ୍ଡଦାନ କରିବା ପରେ ୭.୪୦ ରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ତେବେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଗତକାଲି ଛତିଶାନିଯୋଗ ବୈଠକରେ ସମସ୍ତ ବ୍ୟବସ୍ଥାବଳୀ ସମ୍ପର୍କରେ ଆଲୋଚନା ହୋଇଥିବା ବେଳେ ଆଜି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି ପ୍ରତୀକ୍ ସିଂ। ମହାମହିମଙ୍କ ଦୁଇଦିନିଆ ପୁରୀ ଗସ୍ତ ଉପଲକ୍ଷେ ସୁରକ୍ଷା ଦୃଷ୍ଟିରୁ ସମୁଦାୟ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବାସହ ବିଭିନ୍ନ ଜାଗାରେ ୬ ଜଣ କମାଣ୍ଡାଣ୍ଟ ରାଙ୍କର ଅଫିସର ନିୟୋଜିତ ହେବେ ବୋଲି ପୁରୀ ଏସପି କହିଛନ୍ତି। ତାଳବଣିଆ ହେଲିପ୍ୟାଡ୍ ଠାରୁ ଆରମ୍ଭ କରି ଲୋକଭବନ, ଶ୍ୱତଗଙ୍ଗା ପୁଷ୍କରିଣୀ, ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଟ୍ରାଫିକ ଉପରେ ମଧ୍ୟ କଟକଣା ରହିବ ବୋଲି ଏସପି କହିଛନ୍ତି।