ଓଡ଼ିଆ ନ୍ୟୁଜ୍: ରାଜ୍ୟସଭା ନିର୍ବାଚନରେ ୩ ସିଟ୍ ଦଖଲ କରିବ ବିଜେପି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଦମ୍ଭୋକ୍ତି।’୩ଟି ସିଟ୍ ଦଖଲ କରିବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି’। ‘ପ୍ରାର୍ଥୀ କିଏ ହେବ ନିଷ୍ପତ୍ତି ସଂସଦୀୟ ବୋର୍ଡ ନେବ’।
ସୂଚନାଯୋଗ୍ୟ ଯେ, ରାଜ୍ୟସଭା ପାଇଁ ଓଡ଼ିଶାରୁ ୪ଟି ସିଟ୍ ଖାଲି ହେବ । ୪ଟି ଆସନ ଭିତରୁ ବିଜେପି ୨ଟି ଏବଂ ବିଜେଡି ଗୋଟିଏ ଆସନ ଜିତିବା ଥୟ । କିନ୍ତୁ କିଏ ଏହି ଆସନରେ ପ୍ରାର୍ଥି ହେବେ ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ସେହିଭଳି ଚତୁର୍ଥ ସିଟ୍ ପାଇଁ ବିଜେପି କି ବିଜେଡି ପାଖରେ ସଂଖ୍ୟା ନଥିବାରୁ ଏହି ଆସନ ପାଇଁ ଛକାପଞ୍ଛା ଦେଖିବାକୁ ମିଳିବ । ଚତୁର୍ଥ ସିଟ୍କୁ ନେଇ ଏବେ ବି କଳ୍ପନାଜଳ୍ପନା ଜାରି ରହିଛି ।