ଓଡ଼ିଆ ନ୍ୟୁଜ୍: କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ଭେଟି । କେନ୍ଦୁଝରରେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହର ମାଝୀ। କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡ଼ି ମୁଖ୍ୟମନ୍ତ୍ରୀ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ କରିଛନ୍ତି ।ତେବେ ସମାବେଶକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ଏକ ବିବିଧ ଶିଳ୍ପ ହବରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଉପସ୍ଥାପନା କରିଛନ୍ତି।