କପିଳାସରେ ନୀତି ବନ୍ଦ, ଧାରଣାରେ ସେବାୟତ

0

ଓଡ଼ିଆ ନ୍ୟୁଜ୍: ମହାଶିବରାତ୍ରିରେ ଉପାସରେ ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜିୟୁ।ପୋଲିସର ମାନମାନି ଅଭିଯୋଗରେ ନୀତିକାନ୍ତି ବନ୍ଦ।ନୀତିକାନ୍ତି ବନ୍ଦ କରି ଧାରଣାରେ ବସିଛନ୍ତି ସେବାୟତ। ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ ଧାରଣା କରିବାରୁୁ ଠାକୁରଙ୍କ ନୀତିକାନ୍ତି ବିଭ୍ରାଟ ହୋଇଛି ।

ମହାପ୍ରଭୁଙ୍କ ପାଇଁ ଚକାପିଠା ପ୍ରସ୍ତୁତି ପାଇଁ ବଟା ହୋଇଥିବା ବିରି ଓ ନାଗାଉରଣ ବେଶ ପାଇଁ ଅଳଙ୍କାର ଦେଓଗାଁ ଜଗନ୍ନାଥ ମନ୍ଦିରରୁ ସେବାୟତମାନେ ନେଇ ଯାଉଥିବାବେଳେ ବାରବାଙ୍କ ରାସ୍ତାରେ ପୋଲିସ ସେବାୟତଙ୍କୁ ଛାଡ଼ିନଥିଲେ। ଏହାର ପ୍ରତିବାଦରେ ସେବାୟତମାନେ ଧାରଣା ଦେଇଛନ୍ତି। ଦେବୋତ୍ତର ବିଭାଗ ଅଧିକାରୀ ଓ କର୍ମଚାରୀମାନେ ବୁଝାସୁଝା କରି ବିଫଳ ହୋଇଥିବା ଜଣାପଡ଼ିଛି । ମହାଶିବରାତ୍ରୀରେ ମହାପ୍ରଭୁ ଉପବାସରେ ରହିବାକୁ ନେଇ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସ ହିତ ପୋଲିସର ଏଭଳି କାର୍ଯ୍ୟକୁ ନିନ୍ଦା କରାଯାଇଛି ।

Leave A Reply

Your email address will not be published.