ଖୁବ୍‌ଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି: ମୁଖ୍ୟମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି। ଗଣତି ମଣତି SOP ସମ୍ପର୍କରେ ବିସ୍ତୃତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ।SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି।ସରକାରଙ୍କ ଅନୁମୋଦନ ପରେ ଗଣତି ମଣତି ଆରମ୍ଭ କରାଯିବ।୧୯୭୮ ମସିହାର ତାଲିକା ସହିତ ମେଳକ କରାଯିବ।ସମ୍ପୂର୍ଣ୍ଣ ଅଳଙ୍କାର ଆଦିର ଫଟୋଗ୍ରାଫ ସହିତ ଡିଜିଟାଲ୍ କାଟାଲଗ୍ କରାଯିବ।

ଗଣତି- ମଣତିର ସମସ୍ତ ପୂର୍ବ ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ସମାପ୍ତ ହୋଇଛି। ବାହାର ଓ ଭିତର ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ମରାମତି ଓ ସଂରକ୍ଷଣ କାର୍ଯ୍ୟ ମଧ୍ୟ ସରିଛି। ସମଗ୍ର ପ୍ରକ୍ରିୟା ୯୫ ଦିନରେ ଓ ୩୩୩ ଘଣ୍ଟାର କାମରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସମ୍ପୂର୍ଣ୍ଣ କରାଯାଇଛି। ବର୍ତ୍ତମାନ ଗଣତି-ମଣତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।ବୈଠକର ହୋଇଥିବା ଆଲୋଚନା ଅନୁସାରେ, ଗଣତି-ମଣତି ପାଇଁ ସମ୍ପୂର୍ଣ୍ଣ ପ୍ରକ୍ରିୟାର SOP ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ବାରା ପ୍ରସ୍ତୁତ କରାଯାଇଛି। ସରକାରଙ୍କ ଅନୁମୋଦନ ପରେ ଏହା ଆରମ୍ଭ କରାଯିବ। କଡ଼ା ସୁରକ୍ଷା ମଧ୍ୟରେ ସମ୍ପୂର୍ଣ୍ଣ ସ୍ୱଚ୍ଛତାର ସହ ଏହି ପ୍ରକ୍ରିୟା କାର୍ଯ୍ୟକାରୀ କରାଯିବ।

Leave A Reply

Your email address will not be published.