ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ

0

ଓଡ଼ିଆ ନ୍ୟୁଜ୍: ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ ହେବ। ଫେବୃଆରୀ ୨୬ରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ। ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି।

୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏ ଭୋଟ ଗ୍ରହଣ ହେବ। ଅପରାହ୍ଣ ୫ଟାରେ ହେବ ଭୋଟ ଗଣତି କରାଯିବ। ଓଡ଼ିଶାର ୪ ରାଜ୍ୟସଭା ଏମ୍‌ପି ମମତା ମହାନ୍ତ, ମୁନା ଖାନ, ସୁଜିତ୍‌ କୁମାର, ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ଏପ୍ରିଲ ୨ରେ ସରୁଛି।

Leave A Reply

Your email address will not be published.