ଓଡ଼ିଆ ନ୍ୟୁଜ୍: ବଜେଟ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ।ଜାତୀୟ ସ୍ତରଠୁ ବୃଦ୍ଧି ପାଇଛି ରାଜ୍ୟର ମୁଣ୍ଡ ପିଛା ଆୟ। ୨୦୨୫-୨୬ ରେ ରାଜ୍ୟର ମୁଣ୍ଡପିଛା ଆୟରେ ୯.୨% ଅଭିବୃଦ୍ଧି। ଜାତୀୟ ଅଭିବୃଦ୍ଧି ହାର ୬.୯ ଥିବା ବେଳେ ଓଡ଼ିଶାରେ ଅଭିବୃଦ୍ଧି ହାର ୯.୨%। ୯.୨ % ଅଭିବୃଦ୍ଧି ସହ ରାଜ୍ୟରେ ମୁଣ୍ଡପିଛା ଆୟ ୧,୮୬,୭୬୧ ଟଙ୍କା। ଅର୍ଥବ୍ୟବସ୍ଥାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଅବଦାନ ଜାତୀୟ ହାରରୁ ଅଧିକ।ଜାତୀୟ ଅବଦାନ ୧୬.୮% ଥିବା ବେଳେ ରାଜ୍ୟର ଅବଦାନ ୧୯.୬% ରହିଛି।
ଜାତୀୟ ଅଭିବୃଦ୍ଧି ହାର ୩.୧ ଥିବା ବେଳେ ଓଡ଼ିଶାର ଅଭିବୃଦ୍ଧି ହାର ୫.୩%। ଜିଏସଡିପିରେ ମଧ୍ୟ ୯.୫%ର ଅଭିବୃଦ୍ଧି ଦେଖିବାକୁ ମିଳିଛି। ୯ ଲକ୍ଷ କୋଟିରୁ ବୃଦ୍ଧି ପାଇ ଜିଏସଡିପି ୯.୯ ଲକ୍ଷ କୋଟିରେ ପହଞ୍ଚିଛି। ବାସ୍ତବ ଅଭିବୃଦ୍ଧି ହାର ମଧ୍ୟ ଜାତୀୟ ହାର ଠାରୁ ଆଗରେ। ଜାତୀୟ ହାର ୭.୪ ରହିଥିବା ବେଳେ ଓଡ଼ିଶାର ହାର ୭.୯% ଆକଳନ କରାଯାଇଛି। ୫%ରୁ ବୃଦ୍ଧି ପାଇ ପୁଞ୍ଜି ବ୍ୟବୟବରାଦ ୬.୬%ରେ ପହଞ୍ଚିବା ଟାର୍ଗେଟ୍।ଓଡ଼ିଶାର ଋଣ ଓ ଜିଏସଡିପି ଅନୁପାତ ୧୩.୬% ରହିବା ନେଇ ଆକଳନ