ଆଜି ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ

0

ଓଡ଼ିଆ ନ୍ୟୁଜ୍: ୧୧ ବର୍ଷ ପରେ ଶ୍ରୀଲିଙ୍ଗରାଜଙ୍କ ହେବ ହାଣ୍ଡିଭଙ୍ଗା ଯାତ।ଏକାଠି ହେବେ ଶ୍ରୀଲିଙ୍ଗରାଜ, ବାସୁଦେବ, ମା’ପାର୍ବତୀ, କପିଳେଶ୍ୱର ଓ ଶନିଶ୍ୱର। ଦୀର୍ଘ ବର୍ଷ ଧରି ଖୁଣ୍ଟିଆ ଓ ମଲିଆ ସେବାୟତ ମଧ୍ୟରେ ଥିଲା ବିବାଦ । ଯାହାଫଳରେ ମହାପ୍ରଭୁଙ୍କର ଏହି ଯାତ୍ରା ହୋଇପାରୁନଥିଲା । ତେବେ ବିବାଦ ତୁଟାଇବା ପାଇଁ ସ୍ୱତନ୍ତ୍ର ସର୍କିଟ ହାଉସ ଠାରେ ଖୋର୍ଦ୍ଧା ଜିଲ୍ଲାପାଳ ଅମୃତ ଋତୁରାଜଙ୍କ ଅଧ୍ୟକ୍ଷତାରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ ବୈଠକ ହୋଇଥିଲା। ୧୯ ତାରିଖରେ ମଧ୍ୟ ସର୍କିଟ ହାଉସରେ ବୈଠକ ବସିଥିଲା ।

ତେବେ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, କପିଳେଶ୍ୱରଙ୍କ ଖୁଣ୍ଟିଆ ଓ ମଲିଆ ସେବାୟତଙ୍କ ସେବାସ୍ୱତ୍ତ୍ୱ ଚୁଡାନ୍ତ କରିବାକୁ ୩ ଜଣିଆ ନ୍ୟାୟିକ କମିଟି ଗଠନ ହେବ। କିନ୍ତୁ ଏବେ ହାଣ୍ଡିଭଙ୍ଗା ଯାତ ଲାଗି ଏକ ଅନ୍ତରୀଣ ସେବା ପୂଜା ତାଲିକା କରାଯାଇଛି। ଏହି ଅନ୍ତରୀଣ ତାଲିକା ଅନୁଯାୟୀ ଖୁଣ୍ଟିଆ ସେବାୟତମାନେ ଶନିବାର ଭୋର ୪ଟାରେ ମନ୍ଦିରରେ ପହଞ୍ଚି ମଙ୍ଗଳ ଆଳତୀ କରିଛନ୍ତି । ଠାକୁରଙ୍କ ଦିନ ତମାମର ୪ ବେଳା ପାଇଁ କୋଠ ବ୍ୟଞ୍ଜନାଦି ପ୍ରସ୍ତୁତି ଓ ସମର୍ପଣ କରିବେ।କିନ୍ତୁ ବରାଦି ଭୋଗ ପ୍ରସ୍ତୁତି ଏବଂ ସେହି ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜ-କପିଳେଶ୍ୱରଙ୍କ ଭେଟ ଆଳତୀ ନୀତି ମଲିଆ ସେବାୟତଙ୍କ ଦ୍ୱାରା କରାଯିବ।

Leave A Reply

Your email address will not be published.