୯୦% ମ୍ୟାପିଂ କରାସରିଛି: ମୁଖ୍ୟ ନିର୍ବାଚନ ଅଧିକାରୀ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା। ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।୨୦୨୫ ଭୋଟର ତାଲିକାରେ ଅଛନ୍ତି, ୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ। ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ। ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛୁ।୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି। ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା। ଯଦି ୨୦୦୨ରେ ଆପଣଙ୍କ ନାଁ ନଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ। ୯୫% ମ୍ୟାପିଂ ଆମର ଲକ୍ଷ୍ୟ, ଏଭଳି ହେଲେ ସମସ୍ତଙ୍କ ପାଇଁ ସୁବିଧା ହେବ।

ଯଦି କାହାର ଦୁଇ ଆଡେ ଭୋଟର ତାଲିକାରେ ନାଁ ଥାଏ ତେବେ ସେ ଗୋଟିଏ ଜାଗାରେ ରଖି ପାରିବେ । ଦୁଇଟି ବା ଏକାଧିକ ଜାଗାରେ ରଖିଲେ ତାହା ଦଣ୍ଡନୀୟ ଅପରାଧ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍. ଏସ୍‌. ଗୋପାଳନ କହିଛନ୍ତି ।

 

Leave A Reply

Your email address will not be published.