ଆଜିଠୁ ରାଜ୍ୟରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ସମ୍ଭାବନା

0

ଓଡ଼ିଆ ନ୍ୟୁଜ୍: ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକ ପ୍ରଭାବିତ ହେବ।ଆଜି ୧୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା।ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁରରେ ବର୍ଷା।୧୮ ତାରିଖରେ ଅଧା ଓଡ଼ିଶାରେ ବର୍ଷା ସମ୍ଭାବନା।କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି।

ଉତ୍ତର ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତେବେ କାଳବୈଶାଖୀ ପ୍ରଭାବରେ ୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଶନିବାର ଓ ରବିବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଏହି ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ସ୍ଥାନରେ ପବନର ଝଟକା ୪୦ରୁ ୫୦ କିମି ରହିବ। ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡିରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି।

Leave A Reply

Your email address will not be published.