ଓଡ଼ିଆ ନ୍ୟୁଜ୍: SCB ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୪ ଅଧିକାରୀ ନିଲମ୍ବିତ। କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା ସସ୍ପେଣ୍ଡ୍।କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ ବେହେରା ସସ୍ପେଣ୍ଡ୍।SCB ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ସସ୍ପେଣ୍ଡ୍।SCB ସବ୍ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ବିଶ୍ୱାଳ ସସ୍ପେଣ୍ଡ୍।
କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିମ୍ନଲିଖିତ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି ।
୧ – କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା
୨- କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା
୩ – ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି
୪ – କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକଜିକ୍ୟୁଟିଭ ଇଞ୍ଜିନିୟର ରଞ୍ଜନ କୁମାର ବିଶ୍ୱାଳ
ସୂଚନଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଟକ ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ । ଏହି କମିଟି ମେଡିକାଲ୍ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ପ୍ରାଥମିକ ତଦନ୍ତ କରିଥିଲେ। ଘଟଣାର ସମ୍ବେଦଶୀଳତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଘଟଣା ଦିନ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।